www.samajalive.in
Monday, December 8, 2025
24.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ସମ୍ବଲପୁର: ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଅଞ୍ଚଳରେ ୨୦୨୨ ମସିହାରେ ହୋଇଥିବା ଏକ ୩ ବର୍ଷୀୟ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ପକ୍ସୋ ଅଦାଲତ ୨୦ ବର୍ଷ ସଶ୍ରମ କାରାଦଣ୍ଡ ପ୍ରଦାନ କରିଛନ୍ତି। ନାବାଳିକା ଜଣକ ଘର ନିକଟରେ ଖେଳୁଥିବା ବେଳେ ଦୁଷ୍କର୍ମକାରୀ ମିଲନ ଖଡିଆ ନିକଟସ୍ଥ ଜଙ୍ଗଲକୁ ଟେକି ନେଇ ଦୁଷ୍କର୍ମ କରିଥିଲା। ଘଟଣା ସମ୍ପର୍କରେ ଜାଣିବା ପରେ ପରିବାର ଲୋକେ ଶାସନ ଥାନାରେ ଅଭିଯୋଗ କରିବାରୁ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ସମୟରେ ଅଭିଯୁକ୍ତକୁ ଗିରଫ କରିଥିଲା। ଅଦାଲତ ଏହି ଘଟଣାର ଶୁଣାଣି ସମୟରେ ସମୁଦାୟ ୧୫ ଜଣ ସାକ୍ଷୀ ଓ ୨୦ଟି ଦସ୍ତାବିଜ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ବିଚାରପରି ରୋହିତ ଲାଲ ପଣ୍ଡା ତାଙ୍କର ଦଣ୍ଡାଦେଶରେ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫ ହଜାର ଟଙ୍କାର ଜରିମାନା କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories