www.samajalive.in
Sunday, December 14, 2025
15.1 C
Bhubaneswar

ଜଗନ୍ନାଥ ଭୂମିରେ ସ୍ଵାଗତ, ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ ସାଂସ୍କୃତିକ ଆମ୍ବାସଡର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ରାଜଧାନୀ ଭୁବନେଶ୍ଵର  ଜନତା ମୈଦାନରେ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି। ୩ ଦିନ ଧରି ଚାଲିବାକୁ ଥିବାବେଳେ ଯୁବ ସମାବେଶରୁ ଏହି ସମ୍ମିଳନୀ ଆରମ୍ଭ ହୋଇଛି। ଏହି ଅବସରରେ ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟ ମାନଙ୍କୁ ମୁଖ୍ୟମନ୍ତ୍ରୀ ସ୍ଵାଗତ କରିଛନ୍ତି। ଏବଂ କହିଛନ୍ତି ଅଜସ୍ର ସ୍ନେହ ଏବଂ ଶ୍ରଦ୍ଧାର ସହ ଆମେ ଆପଣ ମାନଙ୍କ ଅପେକ୍ଷାରେ ଥିଲୁ। ଆଜି ସେହି ଅପେକ୍ଷାର ଅନ୍ତ ଘଟିଛି। ସମ୍ପର୍କ ଆହୁରି ସୁଦୃଢ ହେବ। ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ ସାଂସ୍କୃତିକ ଆମ୍ବାସଡର। ଆପଣଙ୍କ ସଫଳତା ଆମକୁ ଖୁସି ଦେଇଥାଏ। ଓଡିଶାର ସଂସ୍କୃତି ଓ ଐତିହ୍ୟ ସ୍ଵତନ୍ତ୍ର। ମୁଁ ଚାହୁଁଛି ଆପଣ ଓଡିଶାର ସଂସ୍କୃତି ଓ ଐତିହ୍ୟ ଜାଣନ୍ତୁ। ପୁରୀ, କୋଣାର୍କ , ଧଉଳି ଏବଂ ଚିଲିକା ଭଳି ପର୍ଯ୍ୟଟନ ସ୍ଥଳୀ ବୁଲନ୍ତୁ । ଡାଲମା, ରସଗୋଲା, ଛେନାପୋଡ ଭଳି ଓଡିଆ ଖାଦ୍ୟର ମଜା ନିଅନ୍ତୁ । ଏହି ଅବସରରେ ଭୁବନେଶ୍ଵରରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆପଣମାନେ ସବୁ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖନ୍ତୁ। ଏହାଦ୍ଵାରା ସମ୍ପର୍କ ଆହୁରି ମଜବୁତ୍ ହେବ ଏବଂ ଅତୁଟ ରହିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories