www.samajalive.in
Monday, December 15, 2025
14.1 C
Bhubaneswar

ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ ରାସ୍ତାପାର୍ଶ୍ବରେ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ ପାଇଁ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା। ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ଏଥିପାଇଁ ସେ ଓଡ଼ିଶା ଆସିଛନ୍ତି। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀ ରାଜଭବନକୁ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ। ୯ ତାରିଖ ପୂର୍ବାହ୍ନ ୯ଟା ୪୫ରେ ସେ ରାଜଭବନରୁ ବାହାରି ଜତନା ମଇଦାନ ଅଭିମୁଖେ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ ସମୟ ବିତାଇବେ। ଏହା ପରେ ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଦିଲ୍ଲୀ ଫେରିଯିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories