www.samajalive.in
Saturday, December 6, 2025
17.1 C
Bhubaneswar

୧୩ରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ୍‌

ଭୁବନେଶ୍ବର : ଜାନୁଆରୀ ୧୩ରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟି କୋଟି ଶ୍ରଦ୍ଧାଳୁ ଯୋଗଦେଇ ଗଙ୍ଗାରେ ବୁଡ଼ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବାବେଳେ ଏଥିରେ ସାମିଲ୍‌ ହେବା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ୍‌। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍‌ ବସ୍‌ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍‌ଗୁଡ଼ିକ ଯିବ। ସ୍ୱତନ୍ତ୍ର ବସ୍ ସେବା ଆସନ୍ତା ୧୩ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ଚାଲିବ। ଓଏସ୍‌ଆରଟିସି ୱେବ୍‌ସାଇଟ୍‌, ମୋବାଇଲ୍‌ ଆପ୍‌ରେ ଟିକଟ ବୁକିଂ କରିହେବ ବୋଲି ଓଏସ୍‌ଆରଟିସି ପକ୍ଷରୁ କୁହାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories