www.samajalive.in
Monday, December 8, 2025
27.1 C
Bhubaneswar

ଆସୁଛନ୍ତି ମହାମହିମ: ପ୍ରବାସୀ ଭାରତୀୟ ଦିବସ ଉଦଯାପନୀ ସମାରୋହରେ ଦେବେ ଯୋଗ

ଭୁବନେଶ୍ଵର: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ସାମିଲ୍‌ ହେବେ । ଭୁବନେଶ୍ଵର ଜନତା ମୈଦାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଚାଲିଛି। ଆଜି ଦ୍ଵିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଆସନ୍ତାକାଲି ଉଦଯାପନୀ ଦିବସ ରହିଛି। ଏହି ଅବସରରେ ଆଜି ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି। ବୁଧବାର ରାଷ୍ଟ୍ରପତି ମେଘାଳୟର ଆଇସିଏଆର ଗବେଷଣା କମ୍ପେ୍ଲକ୍ସର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଥିଲେ। ଆଜି ସେ ଗୁଜୁରାଟ ବୌହାଟୀ ବିମାନ ବନ୍ଦରରୁ ବାହୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵର ଅଭିମୁଖେ ବାହାରିବେ। ଅପରାହ୍ନ ୪ଟା ୩୫ ରେ ସେ ବିମାନ ବନ୍ଦରରେ ପହଞ୍ଚିବେ। ଏଥିଲାଗି ୪ଟା ୨୦ରୁ ୪ଟା ୫୦ ମିନିଟ୍ ପର୍ଯ୍ୟନ୍ତ ଏୟାରପୋର୍ଟରୁ ରାଜଭବନ ରାସ୍ତା ବନ୍ଦ ରଖାଯିବ।  ପରେ ସେ ରାଜଭବନ ଯାଇ ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ସକାଳ ୧୧ଟାରେ ସମ୍ମିଳନୀ ସ୍ଥଳକୁ ବାହାରିବେ। ସେଠାରେ ପ୍ରାୟ ୫ ଘଣ୍ଟା ବିତାଇବା ପରେ ପୁଣି ବିମାନ ବନ୍ଦିର ଅଭିମୁଖେ ବାହାରିବେ। ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବା ସହ ୧୭ ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories