www.samajalive.in
Sunday, December 7, 2025
26.1 C
Bhubaneswar

ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ ଧାରଣା: ଏସଡ଼ିଓଙ୍କ ସମେତ ଦୁଇ ଗିରଫ

ଟିଟିଲାଗଡ଼: ଟିଟିଲାଗଡ଼ରେ ତିନି ଜଣ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଦୋଷୀକୁ ଗିରଫ ଦାବିରେ ଗଣମାଧ୍ୟମ ପ୍ରତିନିଧି ଆଜି ଟିଟିଲାଗଡ଼ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜିଲା ସାମ୍ବାଦିକ ସଙ୍ଘ ସଭାପତି ଶିବ ପ୍ରସାଦ ପରିଡା, ଜିଲ୍ଲା ଓୟୁଜେ ସଭାପତି ପ୍ରଦୀପ୍ତ ମିଶ୍ର ଧାରଣାରେ ବସିଛନ୍ତି। ସୂଚନାଯୋଗ୍ୟ ଯେ ଗତକାଲି ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ନେଇ ସାମ୍ବାଦିକ ବିଦ୍ୟୁତ ବିଭାଗ ଅଧିକାରୀଙ୍କ ପାଖକୁ ଯାଇଥିଲେ। ତେବେ କଣ୍ଟାବାଞ୍ଜି ବିଦ୍ୟୁତ ବିଭାଗ ଏସଡ଼ିଓ ଜଗନ୍ନାଥ ପତି ଙ୍କ ସମେତ ୫ ଯନ୍ତ୍ରୀ ତଥା କର୍ମଚାରୀ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ। ଏନେଇ ପୁଲିସ୍ ଦୋଷୀଙ୍କୁ ଖସାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଖବର ପାଇ ଟିଟିଲାଗଡ଼ ଥାନା ଆଇଆଇସି ବିଶ୍ୱଜିତ ମନବୋଧ ଧାରଣା ସ୍ଥଳରେ ପହଞ୍ଚିଛନ୍ତି। ଏହି ମାମଲାରେ ଆଜି କଣ୍ଟାବାଞ୍ଜି ଟାଟା ପାୱାର ଏସଡ଼ିଓଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଖୁବ୍ ଶୀଘ୍ର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଆଇଆଇସି କହିଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories