www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଥାନାରେ ଅଟକ, ପୁଲିସର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି କହିଲେ

ଭୁବନେଶ୍ବର : ଛତିଶଗଡରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି । ଛତିଶଗଡ ମହାସମୁନ୍ଦ ଜିଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚଙ୍କୁ ମଧ୍ୟ ଅଟକ ରଖାଯାଇଛି । ଆଜି କିରିମିରା ବ୍ଲକ୍ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଥିବାବେଳେ ରାତି ୨ଟାରୁ ସମସ୍ତଙ୍କୁ ଅଟକ ରଖିଛି ପୁଲିସ । ଅନ୍ୟପଟେ ପୁଲିସର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି କହିଛନ୍ତି ବିଶାଲ ଦାସ । ତାଙ୍କୁ କାହିଁକି ଅଟକ ରଖାଯାଇଛି ବୋଲି ସେ ପ୍ରଶ୍ନ କରିବା ସହ ଏପରି ଗଣତନ୍ତ୍ର ଚଳିବ ନାହିଁ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ ଗତକାଲି ବିଶାଲ ତାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଆଇଜିଙ୍କ ଦ୍ବାରସ୍ଥ ହୋଇଥିଲେ । ତାଙ୍କ ବାପାଙ୍କୁ ପୁଲିସ ହତ୍ୟା କରିଥିବାବେଳେ ପୁଲିସକୁ ଦେଖିଲେ ତାଙ୍କୁ ଡର ଲାଗୁଛି ବୋଲି ସେ କହିଥିଲେ ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories