www.samajalive.in
Sunday, December 14, 2025
15.1 C
Bhubaneswar

ତୁଶ୍ରୀତା ସିଂ ମାଝୀ ଜିଲାରେ ପ୍ରଥମ

କଣ୍ଟାବାଞ୍ଜି : ଓଡ଼ିଶାରେ ଅଠରତମ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ତୁରେକେଲା ବ୍ଳକ ସ୍ତରୀୟ ପ୍ରତିଯୋଗିତାରେ ଜେଏମଜେ ଇଂରାଜୀ ମାଧ୍ୟମ ବିଦ୍ୟାଳୟ କଣ୍ଟାବାଞ୍ଜିର ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ତୁଶ୍ରୀତା ସିଂ ଦେବୀ ମାଝୀ ଇଂରାଜୀ ରଚନା ଲିଖନରେ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରରେ ଅଂଶ ଗ୍ରହଣ କରିଥିଲେ। ଖୁସିର କଥା ପୃଥିବୀ ରାଜ ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀରଠାରେ ଜିଲ୍ଲା ସ୍ତରରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ଭାଗ ନେଇ ଜିଲ୍ଲା ସ୍ତରରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ପୁରସ୍କାର ପ୍ରଦାନ ଉତ୍ସବରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱ।ର,ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର ଅତିଥି ଭାବେ ଯୋଗ ଦେଇଥିଲେ।

ସୁଶ୍ରୀ ତୁଶ୍ରୀତାଙ୍କୁ ମାନପତ୍ର ଓ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା। ପ୍ରକାଶ ଥାଉକି ତୁଶ୍ରୀତାଙ୍କ ସ୍ୱଲିଖିତ ଶିଶୁ କବିତା ମମତାର ଡୋରି,ଇନ୍ଦ୍ରଧନୁ ସମେତ ଅନେକ ପତ୍ର ପତ୍ରିକାରେ ପ୍ରକାଶିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି। ସେ ଜଣେ ମେଧାବୀ ଛାତ୍ରୀ ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଛନ୍ତି। ତାଙ୍କର ବାପା ଧନସିଂ ମାଝୀ ମାନ୍ଦଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଥିବା ବେଳେ ମାଆ ଗଙ୍ଗଦେଇ ଧରୁଆ ଜାମୁଟଯୁରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଅଛନ୍ତି।ତାଙ୍କର ସଫଳତାର ଖବର ପାଇ ସହପାଠୀ ଓ ଶିକ୍ଷକ ମହଲରେ ଖୁସିର ଲହରୀ ଖେଳିଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories