www.samajalive.in
Saturday, December 6, 2025
15.1 C
Bhubaneswar

ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

ପୁରୀ: ଚଳିତ ମାସରେ ମକର ସଂକ୍ରାନ୍ତି ଏବଂ ଅନ୍ୟ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେବା ଅନୁମାନ କରାଯାଉଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ୧୬ରୁ ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ପ୍ରକାଶଯୋଗ୍ୟ, ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories