www.samajalive.in
Monday, December 8, 2025
27.1 C
Bhubaneswar

ଓଡିଶାରୁ ପ୍ରୟାଗରାଜକୁ ଗଡିଲା ବସ୍ : ଲୋକଙ୍କ ଚାହିଦା ଦେଖି ବୃଦ୍ଧି ହେବ ବସ୍ ବ୍ୟବସ୍ଥା

ଭୁବନେଶ୍ଵର : ରାଜ୍ୟର ୪ ସହରରୁ ପ୍ରୟାଗରାଜକୁ ଗଡିଲା ସ୍ପେଶାଲ୍ ବସ୍। କୁମ୍ଭ ମେଳା ଦେଖି ଯିବାକୁ ସ୍ଵତନ୍ତ୍ର ବସ୍ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ବସ୍ ପୁରୀ, ଭବାନୀପାଟଣା, ସମ୍ବଲପୁର ଏବଂ ବ୍ରହ୍ମପୁରରୁ ଅଯୋଧ୍ୟା ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ପ୍ରତ୍ୟେକ ମାର୍ଗ ପାଇଁ ଗୋଟିଏ ଲେଖାଏଁ ବସ୍ ରହିଛି। ବସ୍ ଟିକେଟରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ରିହାତି ରହିଛି। ଆସନ୍ତାକାଲିଠୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟି କୋଟି ଶ୍ରଦ୍ଧାଳୁ ଯୋଗଦେଇ ଗଙ୍ଗାରେ ବୁଡ଼ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବାବେଳେ ଏଥିରେ ସାମିଲ୍‌ ହେବା ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଛି ସ୍ୱତନ୍ତ୍ର ବସ୍‌। ସେପଟେ ସ୍ଵତନ୍ତ୍ର ବସ୍ ଶୁଭାରମ୍ଭ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟାରେ କହିଛନ୍ତି ପ୍ରଥମଥର ପାଇଁ ଓଡିଶାରୁ ପ୍ରୟାଗରାଜକୁ ବସ୍ ସେବା ଆରମ୍ଭ ହୋଇଛି। ଅଯୋଧ୍ୟା, ବାରାଣସୀ ସହ ପ୍ରୟାଗରାଜକୁ ହଜାର ହଜାର ଶ୍ରଦ୍ଧାଳୁ ଯିବେ ଏବଂ ସବୁ ପ୍ରକାର ସୁବିଧା ପାଇପାରିବେ। ଆଗକୁ ଲୋକଙ୍କ ଚାହିଦା ଦେଖି ବସ୍ ବ୍ୟବସ୍ଥା ବୃଦ୍ଧି କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories