www.samajalive.in
Sunday, December 14, 2025
19.1 C
Bhubaneswar

କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଘୋଷଣା କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ଘୋଷଣା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର-ତୁନ୍ଦଲା-ଭୁବନେଶ୍ୱର କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦୁଝର ଜିଲା ଦେଇ ଯିବ। ସେହିପରି ପୁରୀ-ତୁନ୍ଦଲା-ପୁରୀ ସ୍ୱତନ୍ତ୍ର ଟ୍ରେନ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ବାଲେଶ୍ୱର ଦେଇ ଚଳାଚଳ କରିବ। ଟିଟିଲାଗଡ଼଼ା-ତୁନ୍ଦଲା-ଟିଟିଲାଗଡ଼଼ କୁମ୍ଭମେଳା ସ୍ୱତନ୍ତ୍ର ଏକ୍ସପ୍ରେସ ବଲାଙ୍ଗିର, ବରଗଡ଼଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼଼ ଦେଇ ଯିବାକୁ ଥିବାବେଳେ ବିଶାଖାପାଟଣା-ଡିୟୁ-ବିଶାଖାପାଟଣା ସ୍ୱତନ୍ତ୍ରଟ୍ରେନ ରାୟଗଡ଼଼ା, ବଲାଙ୍ଗିର ଓ ନୂଆପଡ଼ା ଦେଇଯିବ।

ସେହପରି ବିଶାଖାପାଟଣା-ଗୋରଖପୁର-ବିଶାଖାପାଟଣା ସ୍ୱତନ୍ତ୍ର ଟ୍ରେନ ଗଞ୍ଜାମ, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଦେଇ ଯିବାକୁ ଥିବାବେଳେ ତିରୁପତି-ବନାରସ-ତିରୁପତି କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ରାୟଗଡ଼଼ା, ବଲାଙ୍ଗିର, ବରଗଡ଼଼, ସମ୍ବଲପୁର, ରାଉରକେଲା, ଝାରସୁଗୁଡ଼ା ଦେଇଯିବ। ଏନଏସ-ବନାରସ-ଏନଏସ କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ରାୟଗଡ଼଼ା, ବଲାଙ୍ଗିର, ବରଗଡ଼଼, ସମ୍ବଲପୁର, ଝାରସୁଗୁଡ଼ା ରାଉରକେଲା ଦେଇଯିବ ବୋଲି ପୂର୍ବତଟ ରେଳପଥ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories