www.samajalive.in
Sunday, December 14, 2025
26.1 C
Bhubaneswar

ଖାଇକୁ ଖସିଲା ବସ: ୫ ମୃତ, ୧୫ ଆହତ

ସମାଜ ଡିଜିଟାଲ ଡେସ୍କ: ଉତ୍ତରାଖଣ୍ଡର ପୌଡ଼ି ସହର ଅନ୍ତର୍ଗତ କେନ୍ଦ୍ରୀୟ ବିଦ୍ୟାଳୟ ରାସ୍ତାରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ରାସ୍ତା ପାର୍ଶ୍ବ ଖାଇକୁ ଖସିପଡ଼ିବା ଫଳରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ନିକଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବସଟି ରବିବାର ପୌଡ଼ି ବସଷ୍ଟାଣ୍ଡରୁ ଯାତ୍ରୀଙ୍କୁ ନେଇ ଶ୍ରୀନଗର ଯାଉଥିଲା। ଅପରାହ୍ନ ପ୍ରାୟ ୪ଟାରେ କୋଠାରବେଣ୍ଡ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ବକୁ ୧୦୦ ମିଟର ତଳକୁ ଖସିପଡ଼ିଥିଲା। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories