www.samajalive.in
Sunday, December 7, 2025
23.1 C
Bhubaneswar

ବରଗଡ଼଼ ଧନୁଯାତ୍ରା ସମଗ୍ର ଓଡ଼ିଶାର ସ୍ୱାଭିମାନ ଏବଂ ଓଡ଼ିଶାର ପରିଚୟ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି । ବରଗଡ଼ରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ।

କଂସ ମହାରାଜଙ୍କ ଦରବାରରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ଭବ୍ୟ, ଦିବ୍ୟ ଓ ବିଶ୍ୱସ୍ତରୀୟ ରଙ୍ଗମଞ୍ଚରେ ଉପସ୍ଥିତ ଥିବାରୁ ନିଜକୁ ଧନ୍ୟ ମନେକରୁଛି। ବରଗଡ଼଼ ଧନୁଯାତ୍ରା ସମଗ୍ର ଓଡ଼ିଶାର ସ୍ୱାଭିମାନ ଏବଂ ଓଡ଼ିଶାର ପରିଚୟ ବୋଲି ପ୍ରକାଶ କରିଥିଲେ। ୧୨କୋଟି ୮୦ଲକ୍ଷ ଟଙ୍କା ବ୍ୟୟରେ ବରଗଡ଼଼ ସହରରେ ଚିତ୍ତାକର୍ଷକ ସ୍ଥାୟୀ ରାଜମହଲ ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିବା ସହିତ ଜିରା ନଦୀରେ ୮୦କୋଟି ଟଙ୍କା ବ୍ୟୟରେ ଆନିକଟ ନିର୍ମାଣ କରାଯିବ ଏବଂ ବରଗଡ଼଼ କେନାଲର ସୌନ୍ଦର୍ଯ୍ୟକରଣ ପାଇଁ ୩୦କୋଟି ଟଙ୍କା ଖର୍ଚ୍ଚ ହେବ, ଯେଉଁଥିପାଇଁ ରାଜ୍ୟ ସରକାର ଅନୁଦାନ ଯୋଗାଇଦେବେ ବୋଲି କହିକଲେ ।

- Advertisement -

ଆଜି କଂସ ଦରବାରରୁ ବରଗଡ଼଼ ଧନୁଯାତ୍ରା ଅନୁଦାନ ଏକ କୋଟିକୁ ବୃଦ୍ଧି କରାଯିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଅନୁଦାନ ରାଶି ୧୦ଲକ୍ଷ ଟଙ୍କାରୁ ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ୧୭୦ଜଣ କଳାକାରଙ୍କୁ ୧୦ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ନିହାର ମହାନନ୍ଦ, ସନତ ଗଡତିଆ, ଇରାଶିଷ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories