www.samajalive.in
Monday, December 8, 2025
14.1 C
Bhubaneswar

ସରିଲା ଫସଲ ବୀମା ଆକଳନ: କ୍ଷତିଗ୍ରସ୍ତ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୨୧ କୋଟି ୯୬ ଲକ୍ଷ

ଭୁବନେଶ୍ୱର : ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି। ଆଜି ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ (ଜମି) ପ୍ଲଟ୍‌ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀ ମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି। ବୀମା କମ୍ପାନୀ ଗୁଡ଼ିକ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଜାରି ରହିଛି। ଗତ ଡିସେମ୍ବରରେ ଦୁଇଥର ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ଖରିଫ ଫସଲ ବିଶେଷ କରି ଜମିରେ ଥିବା ଧାନ ଫସଲର ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜିକୃତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ୭୨ ଘଣ୍ଟା ମଧ୍ୟରେ ଫସଲ ବୀମା ପୋର୍ଟାଲରେ କ୍ଷୟକ୍ଷତିର ସୂଚନା ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା। ଫସଲବୀମା ପୋର୍ଟାଲରେ ମୋଟ ୨,୦୦,୭୨୯ଟି ପ୍ଲଟରେ କ୍ଷତି ହୋଇଥିବା ଆବେଦନ ହୋଇଥିଲା। ତନ୍ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୭,୯୬୯ ସଂଖ୍ୟକ ଆବେଦନ ପତ୍ର ମିଳିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା, ନୟାଗଡ଼, କଟକ, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲାରୁ ମୋଟ ୧,୬୨,୯୭୨ ଆବେଦନ ମିଳିଥିଲା। ଏହି ସମସ୍ତ ଆବେଦନକୁ ଭିତ୍ତିକରି ତୁରନ୍ତ କ୍ଷେତ୍ରୀୟ ସ୍ତରରେ ଫସଲ କ୍ଷତି ଆକଳନ ତୁରନ୍ତ ଶେଷ କରିବାକୁ ୪ କମ୍ପାନୀଙ୍କୁ ସରକାର ନିର୍ଦେଶ ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories