www.samajalive.in
Monday, December 15, 2025
17.1 C
Bhubaneswar

ସମ୍ବଲପୁର: ହସ୍ପିଟାଲ ରୋଡରେ ଜବରଦଖଲ ଉଚ୍ଛେଦ

ସମ୍ବଲପୁର: ସମ୍ବଲପୁର ମହାନଗର ନିଗମ ପକ୍ଷରୁ ନିଗମ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଏହି କ୍ରମରେ ସୋମବାର ନିଗମ କାର୍ଯ୍ୟାଳୟର ଏନଫୋର୍ସମେଣ୍ଟ ଅଧିକାରୀ ସୁଶାନ୍ତ କୁମାର ସାହୁ ଓ ସମ୍ବଲପୁର ତହସିଲଦାର ମନୋଜ ପ୍ରଭାକର କୁଜୁରଙ୍କ ସମେତ ବିଭିନ୍ନ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜବରଦଖଲ କରିଥିବା ନିର୍ମାଣ ଅଂଶଗୁଡିକୁ ଉଚ୍ଛେଦ କରାଯାଇଛି। ମୁଦିପଡ଼ା ଛକ ପଟରୁ ହସ୍ପିଟାଲ ଛକ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଅବରୋଧଗୁଡିକୁ ହଟାଯାଇଛି। ଏହା ବ୍ୟସ୍ତବହୁଳ ରାସ୍ତା ହୋଇଥିବାବେଳେ ଅନେକ ସ୍ଥାନରେ ସରକାରୀ ଜାଗା ରହିଥିବା ସତ୍ୱେ ଜବରଦଖଲକାରୀଙ୍କ ପାଇଁ ରାସ୍ତାରେ ଟ୍ରାଫିକ ଜାମ୍‌ର ସ୍ଥିତି ଉତ୍ପନ୍ନ ହେଉଛି। ଏଣୁ ଆଗାମୀ ଦିନରେ ରାସ୍ତାଗୁଡିକୁ ଅବରୋଧ ମୁକ୍ତ କରିବାର ଏହି ଅଭିଯାନ ଜାରି ରହିବ ବୋଲି ଏନଫୋର୍ସମେଣ୍ଟ ଅଧିକାରୀ ସୁଶାନ୍ତ ସାହୁ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories