www.samajalive.in
Saturday, December 6, 2025
26.1 C
Bhubaneswar

ଇସ୍ରୋର ନୂଆ ମୁଖ୍ୟ ଭାବେ ଦାୟିତ୍ଵ ନେଲେ ଭି.ନାରାୟଣନ୍

ନୂଆଦିଲ୍ଲୀ: ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ। ଏସ୍ ସୋମନାଥଙ୍କ ସ୍ଥାନରେ ଦାୟିତ୍ଵ ନେଲେ ଭି.ନାରାୟଣନ୍। ସେ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ। ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନଙ୍କୁ ଭାରତୀୟ ମହାକାଶ ଗବେଷଣା  ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି। ଦେଶକୁ ଚନ୍ଦ୍ରଯାନ-୩ର ଐତିହାସିକ ସଫଳତା ଦେଇଥିବା ଇସ୍ରୋ ମୁଖ୍ୟ ଏସ୍‌.ସୋମନାଥଙ୍କ କାର୍ଯ୍ୟକାଳର ଆଜି ଶେଷ ଦିନ। ଭି.ନାରାୟଣନ୍ ପ୍ରାୟ ୪୦ ବର୍ଷ ଧରି ଭାରତୀୟ ମହାକାଶ ଗବେଷଣା ସହ ଜଡିତ। ଜିଏସଏଲଭି ଏମ୍‌କେ-୩  ପାଇଁ ଆବଶ୍ୟକ ସିଇ-୨୦ କ୍ରାୟୋଜେନିକ୍‌ ଇଞ୍ଜିନ୍ ତିଆରିରେ ନାରାୟଣନ୍ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories