www.samajalive.in
Sunday, December 14, 2025
16.1 C
Bhubaneswar

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା, ଯାତ୍ରା କମିଟି ସଦସ୍ୟ ଓ କମିଶନରେଟ ପୁଲିସ ବୈଠକରେ ନିଷ୍ପତ୍ତି

ଭୁବନେଶ୍ୱର: ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ପାଇଁ ଯାତ୍ରା କମିଟିଗୁଡିକୁ ମନା କରାଯାଇଛି। ଯାତ୍ରା କମିଟି ସଦସ୍ୟ ଓ କମିଶନରେଟ ପୁଲିସ ବୈଠକରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ମାଘ ସପ୍ତମୀରୁ ମଇଦାନକୁ ୧୨ ଯାତ୍ରାପାର୍ଟି ଓହ୍ଲାଇବେ ଏବଂ ରଙ୍ଗାରଙ୍ଗ ନୃତ୍ୟ ପ୍ରଦର୍ଶନ ସାଙ୍ଗକୁ ମନଛୁଆଁ ଯାତ୍ରା ପରିବେଷଣ କରିବେ। ସେମାନଙ୍କ ଯାତ୍ରା ପ୍ରଦର୍ଶନ ସମୟରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ନ କରିବାକୁ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଏଠାରେ ସୂଚନା ଯୋଗ୍ୟ ଯେ ଗତବର୍ଷ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରାଯାଉଛି ବୋଲି ବିଭିନ୍ନ ସଂଗଠନ ଅଭିଯୋଗ କରିଥିଲେ। ଖଣ୍ଡଗିରି ଥାନା ଓ ଯାତ୍ରାପାର୍ଟି ସମ୍ମୁଖରେ ସଂଗଠନର କର୍ମକର୍ତ୍ତାମାନେ ବିକ୍ଷୋଭ ପ୍ରଦର୍ଶନ ସହ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ଜୋରଦାର ବିରୋଧ କରିଥିଲେ। ଯାତ୍ରା ପାର୍ଟି ମାଲିକ, ଆୟୋଜକ ଏବଂ ନଗ୍ନନୃତ୍ୟ କରୁଥିବା ଯୁବତୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ କରାଯାଉ ବୋଲି ଦାବି କରିଥିଲେ। ସେମାନେ କହିଥିଲେ ଯେ ସର୍ବସାଧାରଣ ସ୍ଥାନରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ଆଇନଗତ ଅପରାଧ। ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ଆୟୋଜକ, ଯାତ୍ରାପାର୍ଟି ମ୍ୟାନେଜର ଓ ଡ୍ୟାନ୍ସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ରହିଛି। ତେଣୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଥିଲେ । ଯଦି ଆଗାମୀ ଦିନରେ ଖଣ୍ଡଗିରି ଯାତ୍ରାରେ ଏଭଳି ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରାଯାଏ ତେବେ ସେମାନଙ୍କ ପକ୍ଷରୁ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦିଆଯାଇଥିଲା।

- Advertisement -

ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ପକ୍ଷରୁ ଏ ସଂକ୍ରାନ୍ତରେ ଆଲୋଚନା ହୋଇଥିଲା ଏବଂ ଚଳିତବର୍ଷ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ପାଇଁ ଯାତ୍ରା କମିଟିଗୁଡିକୁ ମନା କରାଯାଇଥିଲା।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories