www.samajalive.in
Tuesday, December 9, 2025
26.1 C
Bhubaneswar

ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର: ଆଜି ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ (ମକର ସଂକ୍ରାନ୍ତି )ଅବସରରେ ଉତ୍କଳ ବିଶ୍ଵବିଦ୍ୟାଳୟ, ଭୁବନେଶ୍ଵର ସମ୍ମୁଖରେ ଥିବା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ ବେହେରା, ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ସାଧାରଣ ସମ୍ପାଦକ ଡ ବିରାଜ ମୋହନ ଦାସ, ସଭାପତି ଜୀବନ ମହାପାତ୍ର, ସ୍ମୃତି ସଂସଦର ଅନ୍ୟାନ୍ୟ କର୍ମକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ଯରେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ।ର୍ଘ୍ୟ ଅର୍ପଣ କରିଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories