କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରି କହିଛନ୍ତି ଯେ କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଚୁକ୍ତି(ଏମଓୟୁ) ସ୍ୱାକ୍ଷର କରାଯିବ। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର ହେବ। କେନ୍ଦୁଝରରେ ପ୍ରାକୃତିକ ସମ୍ପଦ ଭରି ରହିଛି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ପ୍ରତିଶ୍ରୁତି ଦେଉଛି। କେନ୍ଦୁଝରର ବିକାଶକୁ ସବୁବେଳେ ପ୍ରାଥମିକତା ଦେବି । ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
Comments are closed.