www.samajalive.in
Wednesday, December 10, 2025
15.1 C
Bhubaneswar

ଆଜି ବୈଠକରେ ନିଶ୍ଚିତ ନିର୍ଯ୍ୟାସ ବାହାରିବ, ଆବଶ୍ୟକ ପଡିଲେ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ଵର: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଲିଙ୍ଗରାଜ।  ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ସୋମବାର ସନ୍ଧ୍ୟାରୁ ନୀତିକାନ୍ତି ବନ୍ଦ ରହିଛି। ତେବେ ଏହି ପ୍ରସଙ୍ଗରେ ଆଜି ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଆଜି ବୈଠକରେ ନିଶ୍ଚିତ ନିର୍ଯ୍ୟାସ ବାହାରିବ।  ଦୁଇ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ କରିବା ଅତି ଦୁର୍ଭାଗ୍ୟଜନକ କଥା। ଯଦି ସେବାୟତ ନିଯୋଗଙ୍କ ସମସ୍ୟା ରହିଛି , ତେବେ ଆଲୋଚନା କରିବାର ଆବଶ୍ୟକତା ରହିଛି। ଆଲୋଚନା ନ କରି ମହାପ୍ରଭୁଙ୍କ ନୀତି ବନ୍ଦ କରିବା ଠିକ୍ ନୁହେଁ। ତେଣୁ ତର୍ଜମା ପରେ ଆବଶ୍ୟକ ପଡିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories