www.samajalive.in
Monday, December 15, 2025
14.1 C
Bhubaneswar

ବିଶୃଙ୍ଖଳାକାରୀ ସେବାୟତଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ସମାଜ ଡିଜିଟାଲ ଡେସ୍କ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି ବିଭ୍ରାଟ ପାଇଁ ଦାୟୀ ସେବାୟତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନୀତି ବିଭ୍ରାଟ ପ୍ରସଙ୍ଗଲରେ ବୁଧବାର ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି। ଯେଉଁ ସେବାୟତମାନେ ସେବାପୂଜାରେ ବିଶୃଙ୍ଖାଳ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ଚଞ୍ଚଳ ରାଣା କହିଛନ୍ତି।

ବୁଧବାର ଅପରାହ୍ନରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ପ୍ରଦକ୍ଷିଣ ଗୃହରେ ବୈଠକ ବସିଥିଲା। ଏଥିରେ ଶ୍ରୀଲିଙ୍ଗରାଜ ମନ୍ଦିରର ବ୍ରାହ୍ମଣ ନିଯୋଗ, ପୂଜାପଣ୍ଡା ନିଯୋଗ ଏବଂ ବଡୁ ନିଯୋଗ ଉପସ୍ଥିତ ଥିଲେ।

- Advertisement -

ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଅତିରିକ୍ତ ଜିଲାପାଳ ନୀତିକାନ୍ତି ବିଭ୍ରାଟର ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବେ। ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଶୃଙ୍ଖଳାକାରୀଙ୍କୁ ସେବା ପୂଜାରୁ ନିଲମ୍ବିତ କରାଯିବ। ଦରକାର ପଡ଼ିଲେ ସେବା ପାଇଁ ଦିଆଯାଇଥିବା ଜମି ଫେରାଇ ଅଣାଯିବ। ଟ୍ରଷ୍ଟ ବୋର୍ଡ ଧାରା ୩୨ ଅନୁସାରେ କଠୋର କାର୍ଯ୍ୟାନୁଷ୍ଠାନ ନେଇପାରିବ। ହଠାତ ନୀତିକାନ୍ତି ବନ୍ଦ କରିବା ଅନୁଚିତ ବୋଲି ଜିଲାପାଳ କହିଛନ୍ତି।

ସୂଚନାଯୋଗ୍ୟ, ଗତ ମଙ୍ଗଳବାର ମକର ସଂକ୍ରାନ୍ତି ଭଳି ପବିତ୍ର ଦିବସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଅପୂଜା ରହିଥିଲେ। କ୍ଷୀର ଆଉଟା ନୀତିକୁ ନେଇ ଦୁଇ ସେବାୟତ ଗୋଷ୍ଠୀଙ୍କ କଳି ଯୋଗୁ ଠାକୁରଙ୍କ ନୀତିକାନ୍ତି ବନ୍ଦ ରହିବା ସହିତ ମହାପ୍ରଭୁ ଉପବାସ ରହିଥିଲେ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories