www.samajalive.in
Saturday, December 6, 2025
26.1 C
Bhubaneswar

ଗାଁ ଜଗିଥିବାବେଳେ ଫରେଷ୍ଟ ସ୍କ୍ବାଡ୍‌ କର୍ମଚାରୀଙ୍କୁ ଆକ୍ରମଣ କଲା ଦନ୍ତା

ଦେବଗଡ଼: ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ସଙ୍ଘାପସି ଗାଁରେ ହାତୀ ଆତଙ୍କ। ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଫରେଷ୍ଟ ସ୍କ୍ୱାଡ୍ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। କୁରଡପୋସି ଗାଁର ନାରାୟଣ ସାହୁ ହାତୀ ଘଉଡାଇବା ପାଇଁ ନିୟୋଜିତ ହୋଇଥିବାବେଳେ ଗତକାଲି ବିଳମ୍ବିତ ରାତିରେ ସଙ୍ଘାପସି ଗାଁରେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ନାରାୟଣ ଏକ ପୋଖରିକୁ ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ। ଫଳରେ ନାରାୟଣଙ୍କୁ ହାତୀ ତଳେ କଚାଡି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତ ଦୁଇ ଦିନ ତଳେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା। ତେବେ ନରହନ୍ତା ଦନ୍ତାହାତୀକୁ ନେଇ ସ୍ଥାନୀୟ ଲୋକଙ୍କ ଭିତରେ ଉତେଜନା ଦେଖାଦେଇଛି ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories