www.samajalive.in
Saturday, December 13, 2025
21.1 C
Bhubaneswar

ଘରୋଇ କଳିରୁ ଭଉଣୀକୁ ହତ୍ୟା କଲା ଭାଇ

ସମାଜ ଡିଜିଟାଲ ଡେସ୍କ: ଘରୋଇ କଳହକୁ କେନ୍ଦ୍ର କରି ନିଜ ଭଉଣୀକୁ ହତ୍ୟା କରିଛି ଭାଇ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ଗଞ୍ଜାମ ଜିଲାର ରାଇପୋଲି ଗାଁରେ। ହତ୍ୟାର ଶିକାର ହୋଇଛନ୍ତି ଲକ୍ଷ୍ମୀ ମହାନ୍ତି। ଘଟଣା ପରେ ଅଭିଯୁକ୍ତ ଭାଇ ବାବାଜୀ ପାତ୍ର ଫେରାର ହୋଇଯାଇଛି। କୌଣସି କାରଣରୁ ଲକ୍ଷ୍ମୀ ଏବଂ ବାବାଜୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାବାଜୀ ଏକ ଛୁରିରେ ଲକ୍ଷ୍ମୀଙ୍କୁ ଆକ୍ରମଣ କରିଥିଲା। ପରେ ଶିଳ ପୁଆରେ ଛେଚି ତାଙ୍କୁ ହତ୍ୟା କରିଥିଲା। ପୁଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଭିଯୁକ୍ତଙ୍କୁ ଧରିବା ଲାଗି ଉଦ୍ୟମ ଚଳାଇଛି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories