www.samajalive.in
Sunday, December 14, 2025
26.1 C
Bhubaneswar

ବାଳିକାଙ୍କ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ଗୁରୁଡ଼ିଝାଟିଆ : ବାଳୀ ସ୍ଥିତ ଶ୍ରୀ ଶ୍ରୀ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହବିଦ୍ୟାଳୟରେ ବାଳିକାଙ୍କ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧକ୍ଷ ପ୍ରଦୀପ୍ତ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ସାମଲ ଉପସ୍ଥିତ ଶିବିରାର୍ଥିଙ୍କୁ ନିଜ ଉପରେ ସର୍ବଦା ଆସ୍ଥା ଓ ଆତ୍ମା ବିଶ୍ୱାସ ରଖି ପ୍ରତିକୂଳ ପରିବେଶରେ ଆଗକୁ ବଢିବା ପାଇଁ କହିଥିଲେ। ପ୍ରଶିକ୍ଷିକା ସୁଜାତା ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ପ୍ରଶିକ୍ଷଣ ଶିବିର ରେ ଡ.ମତତା ସେନାପତି, ଅଳକା ସାହୁ ଓ ସସ୍ମିତା ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସିବିରାର୍ଥିଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ଅଧ୍ୟାପିକା ଅମ୍ରିତା ମଲ୍ଲିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories