www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌ ଡି. ଗୁକେଶଙ୍କ ସମେତ ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି। ପୁରସ୍କାର ବିତରଣ ସମାରୋହରେ କ୍ରୀଡ଼ା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଧ୍ୟ ଉପସ୍ଥିତ ଥିଲେ।

ଜାନୁଆରୀ ପ୍ରଥମ ସପ୍ତାହରେ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଥିଲା। ମନୁ ଓ ଗୁକେଶଙ୍କ ବ୍ୟତୀତ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ ଏବଂ ପାରାଲିମ୍ପିୟନ ପ୍ରବୀଣ କୁମାରଙ୍କୁ ମଧ୍ୟ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି।

- Advertisement -

ଖେଳ ରତ୍ନ ବ୍ୟତୀତ ୩୪ ଜଣ କ୍ରୀଡ଼ାବିତ୍‌ଙ୍କୁ ୨୦୨୪ରେ ଖେଳରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି। ଉତ୍ତମ ପ୍ରଶିକ୍ଷଣ ପାଇଁ ପାଞ୍ଚ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories