www.samajalive.in
Sunday, December 14, 2025
26.1 C
Bhubaneswar

କାନାରା ବ୍ୟାଙ୍କ ପକ୍ଷରୁ ମେଗା ଏସଏଚଜି ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱର : କାନାରା ବ୍ୟାଙ୍କ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ତରଫରୁ ଏକ ମେଗା ଏସ୍‌ଏଚ୍‌ଜି ଋଣ ସଂଯୋଗୀକରଣ ତଥା ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ବାଳକାଟୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାନାରା ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭବେନ୍ଦ୍ର କୁମାର, ମିଶନ ଶକ୍ତିର ଅତିରିକ୍ତ ସଚିବ ସୁମିତ୍ରା ପଟ୍ଟନାଏକ, କାନାରା ବ୍ୟାଙ୍କ ରାଜ୍ୟ ମୁଖ୍ୟ ତଥା ମହାପ୍ରବନ୍ଧକ ଜଗଦୀଶ ଚନ୍ଦର, ଉପ-ମହାପ୍ରବନ୍ଧକ ନେତ୍ର ମୋହନ ପାତ୍ର ଏବଂ ସହାୟକ ମହାପ୍ରବନ୍ଧକ ମହାମାୟା ପ୍ରସାଦ ରାୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ୫୦୦ ଟି ସ୍ୱୟଂ ସହାୟକ ଗୋଷ୍ଠୀ ଅଂଶଗ୍ରହଣ କରିଥିବା ବେଳେ ୧୦୦ଟି ଗୋଷ୍ଠୀଙ୍କୁ ୭ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିଲା। ଆର୍ଥିକ ସାକ୍ଷରତା ଓ ଗ୍ରାମୀଣ ଅର୍ଥନୀତିର ଉନ୍ନତି ପାଇଁ ବିଭିନ୍ନ ସରକାରୀ ପ୍ରାୟୋଜିତ ଯୋଜନା ଯଥା: ପିଏମ୍‌ଜେଜେବିୱାଇ, ପିଏମ୍‌ଏସ୍‌ବିୱାଇ, ପିଏମ୍‌ଜେଡିୱାଇ, ଏପିୱାଇ, ଏସ୍‌ଏସ୍‌ୱାଇ ଆଦି ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories