www.samajalive.in
Sunday, December 7, 2025
14.1 C
Bhubaneswar

ଆହୁରି ବଢିବ ଶୀତ: ଟ୍ବିନ୍ ସିଟିରେ ୧୧ ଡିଗ୍ରୀ ଛୁଇଁବ ପାରଦ !

ଭୁବନେଶ୍ବର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। କନ୍ଧମାଳ ଦାରିଙ୍ଗବାଡିରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦାରିଙ୍ଗବାଡିରେ ପାରଦ ୧୦ ଡିଗ୍ରୀ ତଳେ ଥିବାରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।  ରାଉରକେଲାରେ ପାରଦ ୧୦.୩, ଭବାନୀପାଟଣା ୧୧, କେନ୍ଦୁଝର ୧୦.୪, ଅନୁଗୋଳ ୧୦.୬, କଟକ ୧୨.୪ ଏବଂ ଭୁବନେଶ୍ବରରେ ୧୨.୩ ଡିଗ୍ରୀ ରେକର୍ଡ ହୋଇଛି। ଟ୍ବିନ୍ ସିଟିରେ ପାରଦ ୧୧ ଡିଗ୍ରୀ ଛୁଇଁବା ଦେଇ ସୂଚନା ମିଳିଛି।  ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ଆଜି  ସକାଳେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାର କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏଥିସହିତ କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ କୋରାପୁଟ ଜିଲାର କେତେକ ଅଞ୍ଚଳରେ ଘନ କୁହୁଡ଼ି ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories