www.samajalive.in
Saturday, December 6, 2025
16.1 C
Bhubaneswar

ସିମେଣ୍ଟ କାରଖାନା ଦୁର୍ଘଟଣା: ମିଳିଲା ୩ୟ ଶ୍ରମିକଙ୍କ ମୃତଦେହ

ରାଜଗାଙ୍ଗପୁର: ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣାରେ ନିଖୋଜ ଥିବା ସମସ୍ତ ୩ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶନିବାର ପ୍ରଥମେ ଦୁଇ ଜଣଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୩୬ ଘଣ୍ଟା ର ଅପରେସନ୍ ପରେ ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ।

ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ଼ କାରଖାନାର ଲାଇନ ୨ ପ୍ଲାଣ୍ଟରେ କୋଲ୍‌ ହପର ଢାଞ୍ଚା ହଠାତ ଭୁଶୁଡ଼ି ପଡ଼ିଥିଲା। ନିୟମିତ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଖବର ପାଇ ତୁରନ୍ତ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଏବେ ବି କାରଖାନା ଆଗରେ ଉତ୍ତେଜନା ଲାଗି ରହିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories