www.samajalive.in
Tuesday, December 9, 2025
16.1 C
Bhubaneswar

ଡାଲମିଆ କମ୍ପାନୀ ପକ୍ଷରୁ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା, ମିଳିଲା ଜଣଙ୍କ ପରିଚୟ

ରାଜଗାଙ୍ଗପୁର: ଡାଲମିଆ ସିମେଣ୍ଟ ପ୍ଲାଣ୍ଟ ଅଘଟଣ।  କମ୍ପାନୀ ପକ୍ଷରୁ ୩ ମୃତ ଶ୍ରମିକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ଦାଶରଥୀ ସରାବ। ଆଜି ସକାଳେ ଭଗ୍ନାବଶେଷ ତଳୁ ୩ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୩୬ ଘଣ୍ଟାର ଅପରେସନ୍ ପରେ  ପ୍ରଥମେ ଦୁଇ ଜଣ ଶ୍ରମିକଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏବଂ ପରେ ପୋଷ୍ଟମର୍ଟମ ପାଇଁ ପଠାଯାଇଥିବା ସୂଚନା ମିଳିଛି। ଜଣେ ମୃତ ଶ୍ରମିକ ଦାଶରଥୀ ପାତ୍ର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ଗତ ୧୬ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ଼ କାରଖାନାର ଲାଇନ ୨ ପ୍ଲାଣ୍ଟରେ କୋଲ୍‌ ହପର ଢାଞ୍ଚା ହଠାତ ଭୁଶୁଡ଼ି ପଡ଼ିଥିଲା। ନିୟମିତ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଖବର ପାଇ ତୁରନ୍ତ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories