www.samajalive.in
Sunday, December 7, 2025
15.1 C
Bhubaneswar

୨୦ ମିନିଟ ବିଳମ୍ବ ହୋଇଥିଲେ ଆମକୁ ହତ୍ୟା କରିଥାଆନ୍ତେ ବିରୋଧୀ: ହସିନା

ସମାଜ ଡିଜିଟାଲ ଡେସ୍କ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ ତୁରନ୍ତ ଦେଶ ଛାଡ଼ି ନ ଥିଲେ ୨୦ ମିନିଟ ମଧ୍ୟରେ ତାଙ୍କୁ ଏବଂ ତାଙ୍କ ଭଉଣୀ ରେହାନାଙ୍କୁ ବିରୋଧୀମାନେ ହତ୍ୟା କରିଥାଆନ୍ତେ। ଏଥିପାଇଁ ସମସ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ହସିନା କହିଛନ୍ତି। ବାଂଲାଦେଶ ଆୱାମୀ ଲିଗ୍‌ର ଫେସବୁକ ପେଜରେ ହସିନା ଏ ନେଇ ଏକ ଅଡିଓ ବାର୍ତ୍ତା ଜାରି କରି ସୂଚନା ଦେଇଛନ୍ତି।

ବାଂଲାଦେଶରେ ସୃଷ୍ଟି ହୋଇଥିବା ଛାତ୍ର ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିଲା। ବିରୋଧୀମାନେ ଏହାକୁ ଅସ୍ତ୍ର କରି ହସିନାଙ୍କୁ କ୍ଷମତାଚ୍ୟୁତ କରିବାକୁ ଯୋଜନା କରିଥିଲେ। ଏପରି କି ହସିନାଙ୍କୁ ହତ୍ୟା ପାଇଁ ଷଡ଼ଯନ୍ତ୍ର ମଧ୍ୟ କରାଯାଇଥିଲା। ହେଲେ ଏହା ପୂର୍ବରୁ ହସିନା ଏବଂ ତାଙ୍କ ଭଉଣୀ ଦେଶ ଛାଡ଼ି ଭାରତ ପଳାଇ ଆସିଥିଲେ। ଏହି ହିଂସାରେ ୬୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories