www.samajalive.in
Monday, December 8, 2025
27.1 C
Bhubaneswar

ଆରଜି କର ମେଡିକାଲ; ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ; ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ

କଲକାତା : ଆରଜି କର ମେଡିକାଲ ମାମଲାରେ ସଞ୍ଜୟ ରାୟ ଶନିବାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସଞ୍ଜୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ‘ଅଭୟା’ ମାମଲାରେ ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କଲେ ପଶ୍ଚିମବଙ୍ଗ ସିଆଲଦା କୋର୍ଟ । ଆସନ୍ତା ୨୦ ତାରିଖରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ।
ସୂଚନା ଯୋଗ୍ୟ, ଅଗଷ୍ଟ ୯ ତାରିଖରେ ସହରର ଉତ୍ତର ଭାଗରେ ଥିବା ଏହି ସରକାରୀ ହସ୍ପିଟାଲରେ ସ୍ନାତକୋତ୍ତର ତାଲିମପ୍ରାପ୍ତ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଏହି ଜଘନ୍ୟ ଅପରାଧ ଘଟାଇଥିବା ସଞ୍ଜୟ ବିରୋଧରେ ଅଭିଯୋଗ ହୋଇଥିଲା। ନଭେମ୍ବର ୧୨ ତାରିଖରେ ଏକ ବନ୍ଦ କୋଠରୀରେ ମାମଲାର ଶୁଣାଣି ଆରମ୍ଭ ହୋଇଥିଲା ଏବଂ ୫୭ ଦିନ ପରେ, ସିଆଲଦା କୋର୍ଟ ରେ ଏହାର ରାୟ ଶୁଣାଯାଇଛି।

ମାମଲାର ତଦନ୍ତ କରୁଥିବା କଲକାତା ପୁଲିସ ଅଗଷ୍ଟ ୧୦ ତାରିଖରେ ସଞ୍ଜୟ ରାୟଙ୍କୁ ଗିରଫ କରିଥିଲା। ଏହାର ଠିକ୍ ଗୋଟିଏ ଦିନ ପୂର୍ବରୁ, ହସ୍ପିଟାଲର ସେମିନାର ରୁମରୁ ଡାକ୍ତରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପରେ କଲକାତା ହାଇକୋର୍ଟ ମାମଲାଟିକୁ ସିବିଆଇକୁ ହସ୍ତାନ୍ତର କରିଥିଲେ। ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ପାଇଁ ସଞ୍ଜୟଙ୍କ ବିରୁଦ୍ଧରେ ଶୁଣାଣି ଜାନୁଆରୀ ୯ ତାରିଖରେ ଶେଷ ହୋଇଥିଲା ଏବଂ ଏହି ସମୟରେ ୫୦ ଜଣ ସାକ୍ଷୀଙ୍କୁ ଜେରା କରାଯାଇଥିଲା।

ଦେଖନ୍ତୁ ଭିଡିଓ; ବାଘ ଆକ୍ରମଣରୁ କେମିତି ବଞ୍ଚିଲା ନାବାଳକର ଜୀବନ, ବଳଦକୁ ବି କଲା ଆକ୍ରମଣ..

- Advertisement -

 

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories