www.samajalive.in
Sunday, December 14, 2025
23.1 C
Bhubaneswar

ଟ୍ରଲର ପଛରେ ଧକ୍କା ଦେଇ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ 

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅଞ୍ଚଳ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ବେହେରା ସାହି ନିକଟରେ ଟ୍ରଲର ପଛରେ ଏକ ଟୁରିଷ୍ଟ ବସ୍ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବସରେ ଥିବା ୧୪ ଜଣ ତୀର୍ଥଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଉଭୟ ଟ୍ରଲର ଓ ବସ୍ କେନ୍ଦୁଝରରୁ ତୁରୁମୁଙ୍ଗା ଅଭିମୁଖେ ଆସୁଥିବାବେଳେ ଚିଲିଦା ନିକଟରେ ରାସ୍ତା ଉପରକୁ ଏକ ବଳଦ ଚାଲି ଆସିବାରୁ ବଳଦକୁ ବଞ୍ଚାଇବା ପାଇଁ ଟ୍ରଲରଟି ହଠାତ୍ ବ୍ରେକ ମାରି ଦେବାରୁ ଟୁରିଷ୍ଟ ବସ୍ ଟ୍ରଲର ପଛରେ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories