www.samajalive.in
Sunday, December 7, 2025
16.1 C
Bhubaneswar

ପୁଣି ଭାଇରାଲ୍‌ ହେଲା ଶ୍ରୀମନ୍ଦିର ଭିତର ଭିଡିଓ : ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତ ମାସ ୧୭ ତାରିଖରେ ନୂଆ ନିର୍ଦେଶାବଳୀ ମୁତାବକ ଭକ୍ତ,ସେବାୟତ,ପୁଲିସ କର୍ମଚାରୀ ଏବଂ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀ ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବାର ବାରଣ ରହିଛି। କିନ୍ତୁ ନିର୍ଦେଶନାମାର ମାତ୍ର ୨ଦିନ ପରେ ଶ୍ରୀମନ୍ଦିରରେ ମୁତୟନ ହୋଇଥିବା ପୁଲିସର ପାରିବାପଣିଆ ପଦାରେ ପଡ଼ିଛି। ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନବାଚୀ। ଶ୍ରୀମନ୍ଦିରର ଗର୍ଭଗୃହର ସମ୍ବେଦନଶୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଛି। ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କ ବିହାରୀ ଅନନ୍ତ ଇନଷ୍ଟାଗ୍ରାମ ଓ ଫେସବୁକ୍‌ରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ପ୍ରଘଟ କରିଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ପୁଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଏହି ବ୍ୟକ୍ତି ଜଣକ କାହା ସହାୟତାରେ ମୋବାଇଲ ଫୋନ କିଭଳି ନେଲେ ଏବଂ ସମ୍ବେଦନଶୀଳ ଗର୍ଭଗୃହ ଓ ଭିତର ବେଢ଼ାର ଭିଡିଓ ଉତ୍ତୋଳନ କରି ପ୍ରଘଟ କଲେ ତା’କୁ ନେଇ ଜଗନ୍ନାଥପ୍ରେମୀ ପ୍ରଶ୍ନ ଉଠାଇଛନ୍ତି। ସେହିପରି ଶ୍ରୀମନ୍ଦିର ଭିତରେ ଶ୍ରୀମନ୍ଦିର ପ୍ରଶାସନର ବହୁ କର୍ମଚାରୀ, ସେବାୟତ, ଜେଟିପି ଉପସ୍ଥିତ ରହୁଥିଲେ ମଧ୍ୟ ଏଭଳି ଘଟଣା ବାରମ୍ବାର ଘଟୁଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଫଟୋ ଓ ଭିଡିଓରେ ପ୍ରଘଟ କରିଥିବା ବ୍ୟକ୍ତି କୌଣସି ଗୁରୁତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଶ୍ରୀମନ୍ଦିରରେ ପ୍ରବେଶ କରି ଭୟହୀନ ଭାବେ ଏଭଳି କାର୍ଯ୍ୟ କରିବାକୁ ସାହସ ଜୁଟାଇ ପାରିଛନ୍ତି। ସେହି ଗୁରୁତ୍ବପୂର୍ଣ୍ଣ ବ୍ୟକ୍ତିଙ୍କୁ ଚିହ୍ନଟ କରି ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ଭିଡିଓ ପ୍ରଘଟ ଘଟଣାର ପର୍ଦାଫାସ ହୋଇ ପାରିବ ବୋଲି ଶ୍ରଦ୍ଧାଳୁମାନେ ଆଶା ପ୍ରକାଶ କରିଛନ୍ତି। ପ୍ରକାଶ ଥାଉକି, ଜାନୁଆରୀ ୫ ତାରିଖ ଭୋରୁ ଶ୍ରୀମନ୍ଦିର ନିକଟରେ ଡ୍ରୋନ୍ ଉଡ଼ିଥିଲା। ସେହିପରି ୧୨ ତାରିଖରେ ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିଲା। ଡ୍ରୋନ ଉଡ଼ାଇଥିବା ବ୍ୟକ୍ତିକୁ ବର୍ତ୍ତମାନ ସୁଦ୍ଧା ପୁଲିସ ଧରିପାରି ନାହିଁ। ଏହି ୩ଟି ଘଟଣା ଜଣାପଡ଼ିବା ପରେ ଭକ୍ତ ଏବଂ ସେବାୟତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହାପୂର୍ବରୁ ୨୦୨୪ ଫେବୃଆରୀ ଏବଂ ଜୁଲାଇ ମାସରେ ଶ୍ରୀମନ୍ଦିର ଭିତର ଫଟୋ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିଲା। ପ୍ରଥମେ ଜନି ଦତ୍ତ ଏବଂ ପରେ ନିଖିଲ ଗିରି ନାମକ ଯୁବକ ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ନିଜ ଇନଷ୍ଟାଗ୍ରାମରେ ଛାଡ଼ିଥିଲେ । ଶ୍ରୀମନ୍ଦିର ଆନନ୍ଦ ବଜାର ସହ ଶ୍ରୀମନ୍ଦିର ଭିତର ବେଢ଼ା,ବଟବୃକ୍ଷ ସହ ଅନ୍ୟ ମନ୍ଦିରର ସମ୍ପୂର୍ଣ୍ଣ ଦୃଶ୍ୟ ନଜରକୁ ଆସିଥିଲା। ଆଜିର ଘଟଣା ପୁରୀ ପୁଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ଉଠାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories