www.samajalive.in
Thursday, December 11, 2025
14.1 C
Bhubaneswar

ପୂରଣ ହେବ ଦୁଇ ହଜାର ଟ୍ରାଫିକ୍ ପୁଲିସ୍ ପଦ: ଖୋଲିବ ଆଉ ୨୦ଟି ନୂଆ ସାଇବର ଥାନା

ଭୁବନେଶ୍ଵର : ରାଜ୍ୟରେ ବର୍ତ୍ତମାନ ୨୧୯୮ ଜଣ ଟ୍ରାଫିକ୍ ପୁଲିସ୍ କାର୍ଯ୍ୟରତ ଅଛନ୍ତି। ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଛନ୍ତି ଟ୍ରାଫିକ୍ ପୁଲିସ୍। ଏହାକୁ ଦୃଷ୍ଟି ରଖି ଚଳିତବର୍ଷ ଆଉ ଦୁଇ ହଜାର ନୂତନ ଟ୍ରାଫିକ୍ ପୁଲିସ ପଦ ସୃଷ୍ଟି ହେବ। ଏହି ପଦ ଗୁଡିକୁ ସମ୍ପୂର୍ଣ୍ଣ ସ୍ଵଚ୍ଛତାର ସହ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୁଲିସ୍ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟା ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେପଟେ ପ୍ରତି ଜିଲ୍ଲାରେ ସାଇବର ପୁଲିସ୍ ଥାନା କାର୍ଯ୍ୟକ୍ଷମ ହେବା ନେଇ ମଧ୍ୟ ନିର୍ଦେଶ ରହିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories