www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି। ଏହି ବହୁ ଚର୍ଚ୍ଚିତ ହତ୍ୟା ଘଟଣାର ତଦନ୍ତକାରୀ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ତାଙ୍କୁ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି ଓ ଏହାର ସତ୍ୟାସତ୍ୟ କ’ଣ ଜାଣିବା ପାଇଁ ରିପୋର୍ଟ ତଲବ କରାଯାଇଛି। ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ମଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories