www.samajalive.in
Monday, December 15, 2025
27.1 C
Bhubaneswar

ଏଣିକି ୬ ବର୍ଷ ହେଲେ ପ୍ରଥମ ଶ୍ରେଣୀ

ସମାଜ ଡିଜିଟାଲ ଡେସ୍କ: ଏଣିକି ପିଲାଙ୍କୁ ୬ ବର୍ଷ ହେଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇ ପାରିବେ ଅଭିଭାବକ। ଏ ନେଇ ରାଜ୍ୟ ସରକାର ସୋମବାର ନୂଆ ବିଜ୍ଞପ୍ତି ଜାରି କରିଛନ୍ତି। ଆଗାମୀ ଶିକ୍ଷାବର୍ଷରେ ନାମ ଲେଖା ପାଇଁ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ରାଜ୍ୟ ସରକାର ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ରାଜ୍ୟରେ ଜାତୀୟ ଶିକ୍ଷାନୀତି ୨୦୨୦ ଲାଗୁ କରିବା ପାଇଁ ରାଜ୍ୟ ସରକାର ନିକଟରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ତେଣୁ ୨୦୨୫-୨୬ ଶିକ୍ଷାବର୍ଷରେ ନାମ ଲେଖା ଲାଗି ସରକାର ନୂଆ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁ ପିଲାମାନେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ସେମାନଙ୍କ ଲାଗି ସର୍ବନିମ୍ନ ବୟସ ୬ବର୍ଷ କିମ୍ବା ତା’ଠାରୁ ଅଧିକ ହୋଇଥିବା ଆବଶ୍ୟକ। ୨୦୨୪ ସେପ୍ଟେମ୍ବର ୧ ସୁଦ୍ଧା ୬ ବର୍ଷ ହୋଇଥିବା ଜରୁରୀ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ପ୍ରାରମ୍ଭିକ ସ୍କୁଲ ଶିକ୍ଷା ପାଇଁ ପ୍ରତି ବିଦ୍ୟାଳୟରେ ଶିଶୁ ବାଟିକା ଖୋଲାଯିବ। ଶିଶୁ ବାଟିକା ପାଇଁ ପିଲାଙ୍କ ବୟସ ୫ରୁ ୬ ବର୍ଷ ମଧ୍ୟରେ ହେବା ଆବଶ୍ୟକ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories