www.samajalive.in
Sunday, December 14, 2025
19.1 C
Bhubaneswar

ଅଲିମ୍ପିକ୍ସ ପଦକ ବିଜେତା କ୍ରୀଡ଼ାବିତ ଦୂତୀ ଚାନ୍ଦଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର: ଭାରତର କ୍ରୀଡା ଜଗତର ପ୍ରତିଭା ଅଲିମ୍ପିକ୍ସ ପଦକ ବିଜେତା ତଥା ଅର୍ଜୁନ ପୁରସ୍କାର ପ୍ରାପ୍ତ ଅନ୍ତର୍ଜାତୀୟ ଧାବିକା ଦୂତୀ ଚାନ୍ଦଙ୍କୁ ସାମର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଂଚାୟତରେ ଅବସ୍ଥିତ ମାଁ ରାମଚଣ୍ଡୀ ପୀଠକୁ ସେ ମା’ଙ୍କ ଦର୍ଶନ କରିବାକୁ ଆସି ମା’ଙ୍କ ଆଶିଷ ଲାଭ କରିଥିଲେ। ଏହି  ଅବସରରେ ତାଙ୍କୁ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ ଓ ପୂଜା କମିଟି ତରଫରୁ ଆନୁଷ୍ଠାନିକ ଭାବେ ମାଁ ରାମଚଣ୍ଡୀଙ୍କ ପଟଚିତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ  ଟ୍ରଷ୍ଟି ଲକ୍ଷ୍ମୀନୃସିଂହ ପଣ୍ଡା, ସଂଯୋଜକ କମଲ ପଣ୍ଡା, ସହ-ସଂଯୋଜକ ତୁଷାର ଶତପଥୀ, ପୂଜା କମିଟି ଉପଦେଷ୍ଟା ତ୍ରିପତି ବାଲାଜୀ ମିଶ୍ର, ପୂଜା କମିଟି ସଭାପତି ଅଜୟ ନାୟକ, ସୁଧୀର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ସେ ମନ୍ଦିର ପରିସର ବୁଲି ଦେଖିବା ସହ ଟ୍ରଷ୍ଟ ଓ କମିଟି ସଦସ୍ୟଙ୍କୁ ଧନ୍ୟବାଦ ଦେଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories