www.samajalive.in
Sunday, December 14, 2025
15.1 C
Bhubaneswar

କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ଆଜି ୧୨ଘଣ୍ଟିଆ ବରଗଡ ବନ୍ଦ

ବୁର୍ଲା: ବରଗଡ଼ କୁର୍ଲା ଜଙ୍ଗଲରୁ ଆହତ ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣା । ପ୍ରତିବାଦରେ ଆଜି ବରଗଡ ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ସହରରେ ଥିବା ସମସ୍ତ ଦୋକାନ ବଜାର, ସ୍କୁଲ , କଲେଜ ଆଦି ବନ୍ଦ ରହିବ। ସଚେତନ ନାଗରିକ ମଞ୍ଚ ସହ ବିରୋଧୀଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସେପଟେ ବରଗଡ଼ କୁର୍ଲା ଜଙ୍ଗଲରୁ ଆହତ ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣା ସୋମବାର ଏକ ନୂଆ ମୋଡ଼ ନେଇଛି। ଘଟଣାକୁ ନେଇ ରାଜନୈତିକ କ୍ଷେତ୍ରରେ ବିରୋଧୀ ଦଳ ସରକାରୀ ଦଳ ଉପରେ ଦୋଷ ଲଦୁଥିବାବେଳେ  ଆସିଛି ଯୁବତୀଙ୍କ ଡାକ୍ତରୀ ପରୀକ୍ଷା ରିପୋର୍ଟ। ଯୁବତୀଙ୍କୁ ଦୁଷ୍କର୍ମ ହୋଇ ନ ଥିବା ସ୍ପଷ୍ଟ କରିଛନ୍ତି ବୁର୍ଲା ଭିମସାର ମେଡିକାଲ ଅଧିକ୍ଷକ ପ୍ରଫେସର ଲାଲମୋହନ ନାୟକ। ଯୁବତୀଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଥିବାବେଳେ ଖୁବଶୀଘ୍ର ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯିବ ବୋଲି ଡା. ନାୟକ ସୂଚନା ଦେଇଛନ୍ତି। ସେପଟେ ଏହି ଘଟଣା ପୁଣି ଆଗକୁ ବିବାଦୀୟ ହେବା ଆଶଙ୍କା ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories