www.samajalive.in
Sunday, December 14, 2025
14.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌‌

କେନ୍ଦୁଝରଗଡ଼଼: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟକ୍ତ କରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ୨୦ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି। ପଣ୍ଡାପଡ଼ା ଥାନା ସାରିଆ ଗ୍ରାମର ମକୁରୁ ଜୁଆଙ୍ଗ (୩୫) ୧ ଫେବୃୟାରୀ ୨୦୧୯ ଦିନ ଦ୍ୱିପ୍ରହରରେ ଜଣେ ୧୪ବର୍ଷର ନାବାଳିକାକୁ ତା’ର ଭାଉଜ ସହ ଧରି ଭାଇ ପଢ଼଼ୁଥିବା ବିଦ୍ୟାଳୟକୁ ଯିବା କହି ଭାଉଜକୁ ଅଧା ରାସ୍ତାରେ ଛାଡି ନାବାଳିକା ଜଣକୁ ନିକଟସ୍ଥ ଜଙ୍ଗଲ ଭିତରକୁ ନେଇ ଦୁଷ୍କର୍ମ କରିବା ସହ ଭାଇ ନେଇଥିବା ଧାର ଅର୍ଥ ନଫେରାଇବା ପର୍ଯ୍ୟନ୍ତ ଘରେ ତାଲା ପକାଇ ଅଟକ ରଖିଥିଲା। ଏ ସମ୍ପର୍କରେ ନାବାଳିକା ପରିବାର ଲୋକଙ୍କ ପାଖରୁ ଖବରପାଇ ପୁଲିସ ନାବାଳିକାକୁ ଉଦ୍ଧାର କରିବା ସହ ଅଭିଯୁକ୍ତ ମକୁରୁକୁ ୫ ଫେବୃୟାରୀରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ମୋଟ ୨୧ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତ ମକୁରୁକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲ୍‌‌ ସହ ୨୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ମାସ ସଶ୍ରମ କାରାଦଣ୍ଡାଦେଶ କରିଛନ୍ତି। ଏଥିସହ ପୀଡିତାକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିମନ୍ତେ ଜିଲା ଆଇନସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ପୀଡିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପି.ପି. ଜ୍ଞାନେନ୍ଦ୍ରନାଥ ଜେନା ମୋକଦ୍ଦମା ପରିଚାଳନା କରୁଥିଲେ।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories