www.samajalive.in
Sunday, December 7, 2025
26.1 C
Bhubaneswar

ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମିଳିବ ୫ ଲକ୍ଷ ଲେଖାଏଁ ମୂଳଧନ

ଭୁବନେଶ୍ୱର : ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି ଏବଂ ବୃହତ୍ ଆଦିବାସୀ ବହୁମୁଖୀ ସମବାୟ ସମିତି ଗଠନ କରାଯାଇଛି। ଏହା ମଧ୍ୟରେ ୧୫୪୨ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି। ନବଗଠିତ ସଂସ୍ଥାଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା ସିଡ୍‌ ମନି ଦିଆଯିବ। ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ଼ ହେବା ସହିତ ଚାଷୀମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories