www.samajalive.in
Sunday, December 7, 2025
23.1 C
Bhubaneswar

ଜିଲା ସ୍ତରୀୟ ବେଟୀ ବଚାଓ, ବେଟି ପଢ଼ାଓ କାର୍ଯ୍ୟକ୍ରମ

ଫୁଲବାଣୀ: ବେଟି ବଚାଓ, ବେଟି ପଢ଼ାଓ କାର୍ଯ୍ୟକ୍ରମର ୧୦ ବର୍ଷ ପୂର୍ତ୍ତି ଅବସରରେ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ମୁଖ୍ୟ ଅତିଥି ଭାବେ ଅତିରକ୍ତ ଜିଲାପାଳ ଅଶୋକ କୁମାର ଭୋଇ ଯୋଗଦେଇ ଆୟୋଜିତ ଏକ ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଅନ୍ୟତମ ଅତିଥିଭାବେ ଜିଲା ସମାଜ ମଙ୍ଗଳ ଅଧିକାରୀ ବିଜୟ ଲକ୍ଷ୍ମୀ ସାହୁ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ରାଜନ କୁମାର ଦିଗାଲ, ସଭ୍ୟା ମମତା ଦାସ, କିଶୋର ନ୍ୟାୟ ବୋର୍ଡ଼ର ସଭ୍ୟ ଦେବରାଜ ସାହାଣୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନ୍‌‌ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆକ୍ସନଏଡ଼ର ସନ୍ଧ୍ୟାରାଣୀ ନାୟକ ଏହି ଦିବସ ଅବସରରେ ଶପଥ ପାଥ କରାଇଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏଜେଓ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଳିକା ଉଚ୍ଚ ବିଦ୍ୟାଳୟର ଶତାଧିକ ଛାତ୍ରୀମାନେ ଶୋଭାଯାତ୍ରାରେ ସାମିଲ୍‌‌ ହୋଇଥିଲେ। ପ୍ଳାକାର୍ଡ଼ ମାଧ୍ୟମରେ ବାଳିକା ଶିଶୁ ମାନଙ୍କର ସାମଗ୍ରୀକ ବିକାଶ, ବ୍ୟକ୍ତିଗତ ସ୍ୱାସ୍ଥ୍ୟ ଯତ୍ନ, ମାନସିକ ସ୍ୟାସ୍ଥ ଓ ଆଇନଗତ ଅଧିକାର ଉପରେ ସଚେତନ ସୃଷ୍ଟି କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories