www.samajalive.in
Monday, December 8, 2025
24.1 C
Bhubaneswar

ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ: ବଳୀଦାନକୁ ମନେ ପକାଉଛି ଓଡ଼ିଶା

କଟକ : ମୋତେ ରକ୍ତ ଦିଅ , ମୁଁ ତୁମକୁ ସ୍ଵାଧୀନତା ଦେବି । ଏହି ପକ୍ତିଟି ଯେତେବେଳେ ମନକୁ ଆସେ ,ମନେ ପଡିଯାଆନ୍ତି ପରାକ୍ରମୀ ପୁରୁଷ ସୁବାଷ ଚନ୍ଦ୍ର ବୋଷ।  ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୮ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ଆଜି ସାରା ଦେଶ ପାଳନ କରୁଛି ପରାକ୍ରମ ଦିବସ। ପରାକ୍ରମୀ ଯୁଗଜନ୍ମାଙ୍କୁ ଆଜି ମନେ ପକାଉଛି ସାରା ଦେଶ। ୧୮୯୭ ଜାନୁଆରୀ ୨୩ ତାରିଖ କଟକରେ ତାଙ୍କର ଜନ୍ମ। ତାଙ୍କ ପିତାଙ୍କ ନାମ ଜାନକୀନାଥ ବୋଷ ଏବଂ ମାଆଙ୍କ ନାମ ପ୍ରଭାବତୀ ଦତ୍ତ। କଟକ ରେଭେନ୍ସା କଲିଜିଏଟରୁ ସ୍କୁଲ ଶିକ୍ଷା ସମାପ୍ତ ପରେ କୋଲକାତାର ପ୍ରେସିଡେନ୍ସି କଲେଜରୁ ଉଚ୍ଚ ଶିକ୍ଷା ହାସଲ କରିଥିଲେ। ଉଚ୍ଚ ଶିକ୍ଷା ସମାପ୍ତ ପରେ ୧୯୧୯ ମସିହାରେ ସେ ଭାରତୀୟ ସିଭିଲ୍ ସର୍ଭିସ୍ ପରୀକ୍ଷାରେ କୃତୀତ୍ଵ ହାସଲ କରିଥିଲେ। କିନ୍ତୁ ଦେଶପ୍ରେମ ତାଙ୍କୁ ଉଦବୁଧ୍ କରିଥିଲା। ଦେଶ ମାତୃକାର ସେବା କରିବାକୁ ସେ ମନସ୍ଥ କରିଥିଲେ। ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟପଟେ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅନ୍ୟତମ କର୍ଣ୍ଣଧାରା ବୀର ସୁରେନ୍ଦ୍ର ସାଏଙ୍କର ଜୟନ୍ତୀ ମଧ୍ୟ ପାଳନ କରାଯାଉଛି।

Hot this week

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

Related Articles

Popular Categories