www.samajalive.in
Sunday, December 7, 2025
26.1 C
Bhubaneswar

ଟ୍ବିନ୍ ସିଟିରେ ଘନ କୁହୁଡି, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ଵର: ସକାଳୁ ସକାଳୁ କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱରରେ ୧୫ ମିଟର ଦୂରକୁ ରାସ୍ତା ଦେଖାଯାଉନାହିଁ । ଫଳରେ ରାସ୍ତାର ଯାତାୟାତରେ ବାଧା ଉପୁଜୁଛି। ସେପଟେ ଆସନ୍ତା ଦୁଇ ଦିନ ଯାଏଁ ୨୩ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହାକୁ ନେଇ ସତର୍କତା ଜାରି କରାଯାଇଛି। ବିଶେଷ କରି ଅନୁଗୁଳ, ଢେଙ୍କାନାଳ , ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି , କେନ୍ଦୁଝର, ଦେଓଗଡ ଏବଂ ସୁନ୍ଦରଗଡ ଜିଲ୍ଲାକୁ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ରାତି ତାପାମାତ୍ରା ଅଧିକ ରହୁଥିବାରୁ ଶୀତ କମୁଛି। ଆଗାମୀ ୩ ଦିନରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories