www.samajalive.in
Sunday, December 7, 2025
23.1 C
Bhubaneswar

ବିଏସପି ନେତାଙ୍କୁ ଗୁଳି କରି ହତ୍ୟା

ସମାଜ ଡିଜିଟାଲ ଡେସ୍କ: ବହୁଜନ ସମାଜ ପାର୍ଟି(ବିଏସପି)ର ହରିୟାଣା ରାଜ୍ୟ ସମ୍ପାଦକ ହରବିଳାସ ସିଂହ ରାଜ୍ଜୁମାଜ୍ରାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହରବିଳାସ ଶୁକ୍ରବାର ନିଜ କାରରେ ଅନ୍ୟ ୨ ଜଣଙ୍କ ସହ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରିଥିଲେ। ଘଟଣା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ପୁନୀତ ନାମକ ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଗୁଳିମାଡ଼ରେ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କ ବିଷୟରେ କୌଣସି ସୂଚନା ମିଳି ନାହିଁ। ପୁଲିସ ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ବିଏସପି ପକ୍ଷରୁ ଦାବି କରାଯାଇଛି।

ହରବିଳାସ ୨୦୨୪ରେ ନାରେନଗଡ଼ ଆସନରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ସେ ଜଣେ କୃଷକ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories