www.samajalive.in
Sunday, December 14, 2025
19.1 C
Bhubaneswar

ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ

କେନ୍ଦୁଝରଗଡ଼଼: କେନ୍ଦୁଝରଠାରେ ଶନିବାର ସକାଳେ ଦରବାରହଲଠାରେ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ମତଦାତା ଦିବସ ଏବଂ ଗଣତନ୍ତ୍ରରେ ମତଦାନର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳାଇ, ଡେପୁଟି କଲେକ୍ଟର (ନିର୍ବାଚନ) ବିକାଶ ଚନ୍ଦ୍ର ସାହୁ, ଡେପୁଟି କଲେକ୍ଟର ରୁପାଲି ହାଁସଦା ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ସଭାକୁ ପରିଚାଳନା କରିଥିଲେ। ଏହି ଅବସରରେ ନୂତନଭାବେ ପଞ୍ଜିକୃତ ହୋଇଥିବା ଯୁବକ ଯୁବତୀ ମାନଙ୍କୁ ଭୋଟର ପରିଚୟ ପ୍ରଦାନ କରାଯାଇଥିଲା। ମତଦାନର ଗୁରୁତ୍ୱକୁ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ପ୍ରଚାର ପ୍ରସାର କରିବା ନିମନ୍ତେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା ଏବଂ ମତଦାନର ଶପଥ ପାଠ କରାଯାଇଥିଲା। ସକାଳେ ଏକ ଭୋଟର ସଚେତନତା ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା। ଏହାକୁ ଅତିରିକ୍ତ ଜିଲାପାଳ ଶ୍ରୀ ମହାଳିକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories