www.samajalive.in
Wednesday, December 10, 2025
16.1 C
Bhubaneswar

ସାମୁଦ୍ରିକ ନିରାପତ୍ତା, ସାଇବର ସୁରକ୍ଷା ଓ ଆତଙ୍କବାଦ ମୁକାବିଲା ନେଇ ରାଜି ହେଲେ ମୋଦୀ-ସୁବିଆନ୍ତ

ଡେସ୍କ: ଭାରତ ଏବଂ ଇଣ୍ଡୋନେସିଆ ପରସ୍ପରକୁ ସାମୁଦ୍ରିକ ନିରାପତ୍ତା, ସାଇବର ସୁରକ୍ଷା ଓ ଆତଙ୍କବାଦ ମୁକାବିଲା କ୍ଷେତ୍ରରେ ସହାୟତା କରିବେ। ୭୬ତମ ସାଧାରଣତନ୍ତ୍ର ଦିବସରେ ଯୋଗ ଦେବା ଲାଗି ଭାରତ ଆସିଥିବା ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଭିନ୍ନ ଆଞ୍ଚଳିକ ଓ ବିଶ୍ଵସ୍ଥରୀୟ ସମସ୍ୟା ନେଇ ଆଲୋଚନା କରିବା ପରେ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି।

ଉଭୟ ଦେଶ ପ୍ରତିରକ୍ଷା କ୍ଷେତ୍ରରେ ସହଯୋଗ ସୁଦୃଢ଼ ପାଇଁ ପ୍ରତିରକ୍ଷା ଉତ୍ପାଦନ ଓ ଯୋଗାଣ ଶୃଙ୍ଖଳା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ। ଇଣ୍ଡୋନେସିଆ ଓ ଭାରତ ମଧ୍ୟରେ ଗତ ବର୍ଷ ବାଣିଜ୍ୟ ୩୦ ବିଲିୟନ ଡଲାର ଅତିକ୍ରମ କରିଛି। ସେହିପରି ଫିନ୍ ଟେକ୍, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ଇଣ୍ଟରନେଟ୍ ଅଫ୍ ଥିଙ୍ଗସ୍ ଏବଂ ଡିଜିଟାଲ୍ ପବ୍ଲିକ୍ ଇନଫ୍ରାଷ୍ଟ୍ରକ୍ଚର ଭଳି କ୍ଷେତ୍ରରେ ପାରସ୍ପରିକ ସହଯୋଗକୁ ଆହୁରି ସୁଦୃଢ଼ କରିବାକୁ ଉଭୟ ଦେଶ ନିଷ୍ପତ୍ତି ନେଇଛନ୍ତି।

Hot this week

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

Related Articles

Popular Categories