www.samajalive.in
Sunday, December 7, 2025
18.1 C
Bhubaneswar

ପରେଡ୍ ଗ୍ରାଉଣ୍ଡକୁ ଯିବାବେଳେ ଓଲଟିଲା ପିକଅପ୍ ଭ୍ୟାନ୍: ଜଣେ ମୃତ, ୨୦ ଛାତ୍ରଛାତ୍ରୀ ଆହତ 

ବାଙ୍କୀ :  ଆଜି ସାରାଦେଶ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବାବେଳେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। କଟକ ଜିଲ୍ଲା ବାଙ୍କୀ ଥାନା ଅଂଶୁପା ନିକଟରେ  ଅଭାବନୀୟ ଘଟଣା ଘଟିଛି। ପିକଅପ୍ ଭ୍ୟାନ୍ ଓଲଟି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଭ୍ୟାନ୍ ଟି ମାଲବିହାରାପୁର ହାଇସ୍କୁଲରୁ ସରଣ୍ଡା ପରେଡ୍ ଗ୍ରାଉଣ୍ଡକୁ ଯିବାବେଳେ ଓଲଟି ପଡିଛି। ଫଳରେ ଘଟଣାସ୍ଥଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। କିଛି ଆହତ ଛାତ୍ରଛାତ୍ରୀଙ୍କୁ ଆଠଗଡ ମେଡିକାଲକୁ ପଠାଯାଇଥିବାବେଳେ ଅନ୍ୟ କିଛି ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।  ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories