www.samajalive.in
Monday, December 15, 2025
26.1 C
Bhubaneswar

ତଦନ୍ତ ଅନୁସାରେ ମାମଲା କରି ହେବ କାର୍ଯ୍ୟାନୁଷ୍ଠାନ: ଏସ୍‌ପି

ବାଙ୍କୀ : କଟକ ଜିଲ୍ଲା ବାଙ୍କୀ ଥାନା ଅଂଶୁପା ନିକଟରେ ପିକଅପ ଭ୍ୟାନ୍ ଓଲଟିବା ଘଟଣା । ପ୍ରଧାନ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଇଓ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟକୁ ଚିଠି ଲେଖିଛନ୍ତି। ଅନ୍ୟପଟେ ଏହି ଘଟଣାରେ ଏସ୍‌ପି କହିଛନ୍ତି କାହିଁକି ଛାତ୍ରଛାତ୍ରୀ ମାନଙ୍କୁ ଅନ୍ୟ ସ୍କୁଲକୁ ପଠାଯାଉଥିଲା , ତାହାର ତଦନ୍ତ କରାଯିବ। ତଦନ୍ତ ଅନୁସାରେ ମାମଲା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନା ଅନୁସାରେ ଆଜି ସକାଳେ ଏକ ପିକଅପ୍ ଭ୍ୟାନ୍ କିଛି ଛାତ୍ରଛାତ୍ରୀଙ୍କୁ ନେଇ ମାଲବିହାରାପୁର ହାଇସ୍କୁଲରୁ ସରଣ୍ଡା ପରେଡ୍ ଗ୍ରାଉଣ୍ଡକୁ ଯିବାବେଳେ ଓଲଟି ପଡିଛି। ଫଳରେ ଘଟଣାସ୍ଥଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ୧୩ ଆହତ ଛାତ୍ରଛାତ୍ରୀଙ୍କୁ  ଆଠଗଡ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ୧୨ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।  ରେଡ୍ କ୍ରସ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୫ ହଜାର ଟଙ୍କା ସହାୟତା ଦିଆଯିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories