www.samajalive.in
Monday, December 8, 2025
13.1 C
Bhubaneswar

୧୨ ଘଣ୍ଟିଆ ଭୁବନ ବନ୍ଦ

କାମାକ୍ଷାନଗର : ଭୁବନରେ ଶୁକ୍ରବାର ଦିନ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଭୁବନ ମେଡିକାଲ୍‌ର ଉନ୍ନତୀକରଣ, ଡାକ୍ତର ପଦବୀ ପୂରଣ ଦାବିରେ ଭୁବନ ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ଡାକରା ଦେଇଛି।ଏହା ଫଳରେ ଭୁବନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଆନ୍ଦୋଳନକାରୀମାନେ ୫୩ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଏହାଫଳରେ ଉଭୟ ପାର୍ଶ୍ବରେ ଗାଡି ଅଟକି ରହିଛି। ସହରରେ ଅନେକ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ପଦବୀ ପୂରଣ କରିବା ପାଇଁ ଦୀର୍ଘ ଦିନରୁ ଲୋକେ ଦାବି କରିଆସୁଥିଲେ। କିନ୍ତୁ ଏନେଇ କୌଣସି ପଦକ୍ଷେପ ନିଆଯାଇନଥିବା ଲୋକମାନେ ଅଭିଯୋଗ କରିଛନ୍ତି।

 

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories