www.samajalive.in
Monday, December 15, 2025
15.1 C
Bhubaneswar

ଓଏସଆରଟିସି ବସ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ସମାଜ ଡିଜିଟାଲ ଡେସ୍କ: ତାଳଚେରର ସମଲ ଥାନା ଅନ୍ତର୍ଗତ ଗହମ ସେବାଶ୍ରମ ନିକଟରେ ବସ ଓଲଟି ପଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଏହି ଘଟଣାରେ ଅନ୍ୟ ୪୫ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଓଡ଼ିଶା ରାଜ୍ୟ ପରିବହନ ନିଗମ(ଓଏସଆରଟିସି)ର ଏହି ବସଟି ବାରିପଦାରୁ ଅନୁଗୁଳ ଯାଉଥିଲା। ତାଳଚେରର ସମଲ ଥାନା ଅନ୍ତର୍ଗତ ଗହମ ସେବାଶ୍ରମ ନିକଟ ଏକ ବୁଲାଣି ସ୍ଥାନରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣା ପରେ ତୁରନ୍ତ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଖବର ପାଇ ପୁଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ଆହତଙ୍କ ମଧ୍ୟରୁ ୧୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories